ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୫୫୯ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୫୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୬୫୩୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୧ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ,

ଖୋର୍ଦ୍ଧା ଜିଲ୍ଲାରୁ ୨୭୯ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୬୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୬୫୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୩୩୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୨୪୬୦୦୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button