Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ ଘଂଟାରେ ଚିହ୍ନଟ ହେଲେ ୫୮୫ କୋଭିଡ୍ ପଜିଟିଭ୍

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୩୨୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୮ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୬୭ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ,

ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୪୩୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୦୧୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୭୨୬୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button