Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେର ଚିହ୍ନଟ ହେଲେ ୬୦୨ କୋଭିଡ୍ ପଜିଟିଭ୍

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୭୩୫ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ,

ଜଗତସିଂହପୁର ଜିଲ୍ଲାରୁ ୩୪ଜଣ. ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୬୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୩୭୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୯୫୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୬୫୮୮୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button