Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୬୨୩ କରୋନା ପଜିଟିଭ୍

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୫ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ,

ଭଦ୍ରକ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୭୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ଼୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୨ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୬୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୦୨୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୬୩୨୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୨୫୬୬୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button