Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୨୮ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀରରୁ ଜଣେ, କଟକ ଜିଲ୍ଲାରୁ ୭୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ,

ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ଜଣ, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬୬ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୯୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୪୮୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୧୨୮୨୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button