Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ ଘଣ୍ଟାରେ ବାହାରିଲେ ୬୩୦ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୬୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୫୭୧୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୬ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୮ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁୁର ଜିଲ୍ଲରାୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ,

କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍‌ରୁ ୫୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୦୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୯୩୯୯୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button