Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୩୮ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୮୦୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୩ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ଜଣେ, କଟକ ଜିଲ୍ଲାରୁ ୬୬ଜଣ, ଦେବଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ,

କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୫୨ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୨୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୭୭୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୩୪୪୩୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button