ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୪୯ କୋଭିଡ୍ ପଜିଟିଭ୍

ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୩୬୨ରେ ପହଞ୍ଚିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୩ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲରାୁ ୩୭ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୩୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୫ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ,

ମୟୁରଭଞ୍ଜ ଜିଲ୍ଲାରୁ ୩୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ ପୁଲ୍‌ରୁ ୫୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୩୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୧୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୮୫୪୨୯୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button