ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୫୨ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୬୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୬୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୨ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୭୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ,

ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୧୬୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୮୩୧୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୬୪୫୨୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button