ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୨୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୮୭୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୨୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button