
ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ , ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ରହିଛନ୍ତି ।
ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ବୌଦ୍ଧ , ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୫୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୯୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୮୯୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୮୭୮୬୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।