Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬୮ କରୋନା ପଜିଟିଭ୍

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୯୪ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୯୪ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ,

କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୬୬୭୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୯୧୯୩୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button