ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ ଘଣ୍ଟାରେ ବାହାରିଲେ ୬୮୧ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୬୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୭୫୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୯୮ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୮୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୮ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୦୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ,

କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାର ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୨ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୦୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୫୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୩୯୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button