ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୯ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି ।

ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୬୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୦୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୯୪୭୩୬୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button