ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୯ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକରୁ ସର୍ବାଧିକ ୩୮ ଜଣ ମୃତ୍ୟୁ ବରଣ କରିଥିବା ବେଳେ, ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬, ଯାଜପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜରୁ ୩ ଲେଖାଏଁ, ଅନୁଗୋଳ, ନବରଙ୍ଗପୁରରୁ ୨ ଲେଖାଏଁ, ଭଦ୍ରକ କେନ୍ଦୁଝରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୮୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୮୦୭୫୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button