
ଗତ ୨୪ ଘଣ୍ଟା ୮୦୫ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୧୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୬୩୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୪୧୧୮୬୪ସାମ୍ପୁଲ ଟେଷ୍ଟ୍ ହୋଇଛି ।