Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୭ଜୀବନ

ମୃତକଙ୍କ ସଂଖ୍ୟା ୯୦୭୧ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି ।

ଆଉ ବାକି କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୦୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୩୩୦୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୨୬୩୦୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button