ଓଡ଼ିଶାମୁଖ୍ୟ ଖବର

ଶେଷ ୨୪ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୭୩୪ କୋଭିଡ୍ ପଜିଟିଭ୍

ଗତ ୨୪ ଘଣ୍ଟା ମଧ୍ୟରେ ୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୯୫୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୧ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୯୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୨ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୫ଜଣ,

କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୮୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୯୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୮୨୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୪୪୫୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button