ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭୬୧ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୧୬୯୮ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୪୩ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୧ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାର ୧୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୩୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୯ଜଣ,

ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୬୪ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୧୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୫୩୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୫୪୪୪୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button