ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ମୋଟ ୭୭୧କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୭ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୪୧ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ,

କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୭ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୭୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୯୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୬୬୪୦୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button