ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୭୭୯ କୋଭିଡ୍ ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୫୬୫୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୫୪ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୫ ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୮୪ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୫ଜଣ,

କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ୫୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୫୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୯୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୮୭୮୬୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button