Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ସୁସ୍ଥ ହେଲେ ୮୧୮୧ କରୋନା ଆକ୍ରାନ୍ତ

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ପାର୍‌

ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦ ହଜାର ତଳେ କରିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୮୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୨ ଲକ୍ଷ ୧ ହଜାର ୫୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

 

Corona Virus COVID-19

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୭୬ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୫୦୧ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥଙ୍କ ସଂଖ୍ୟା ୫ଶହ ତଳେ ରହିଛି ।

Show More

Related Articles

Back to top button