Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ସୁସ୍ଥ ହେଲେ ୮୪୭୧ଜଣ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ

ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ୧୦ ହଜାର ପାର୍ କରିଥିବା ବେଳେ ପରେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଇଛି। ଗୁରୁବାର ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮୪୭୧ ଜଣ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୮୯ ହଜାର ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୧୦୪୯ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥ ହାର ଏକ ହଜାର ତଳେ ରହିଛି ।

Show More

Related Articles

Back to top button