ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମୋଟ ୮୬୮ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୫୪୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୦୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୪୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ,

କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୬ଜଣ, ମାଲକାନାଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୫୪ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୫୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୮୨୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୦୮୮୫୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button