Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୭୭୮ କୋଭିଡ୍ ପଜିଟିଭ୍

୧୦୯୧୫୪୭ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୮୭୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୧୫୪୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୯୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩୧ଜଣ, ବରଗଡ଼ ଜିଲ୍ଲାରୁ ୧୩୬ଜଣ, ଭଦ୍ରକ ଜିଲ୍ଲାରୁ ୧୦୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧୬ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୭୬୬ଜଣ, ଦେଓଗଡ଼ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୮ଜଣ, ଗଜପତି ଜିଲ୍ଲାରୁ ୭୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୦୬ଜଣ,

ଜଗତସିଂହପୁର ଜିଲ୍ଲାରୁ ୧୧୪ଜଣ, ଯାଜପୁର ଜିଲ୍ଲାରୁ ୧୯୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦୩ଜଣ, କଳାହାଣ୍ଡି ଜିଲ୍ଲାରୁ ୮୬ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୧୫ଜଣ, କୋରାପୁଟ ଜିଲ୍ଲାରୁ ୧୬୧ଜଣ, ମାଲକାନଗିରି ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭୫ଜଣ, ନୂଆପଡ଼ା ଜିଲ୍ଲାରୁ ୬୭ଜଣ, ପୁରୀ ଜିଲ୍ଲାରୁ ୨୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୬୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୯୬ଜଣ, ସୋନପୁର ଜିଲ୍ଲାରୁ ୮୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୫୨ଜଣ, ଷ୍ଟେଟ ପୁଲ୍‌ରୁ ୫୭୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୯୧୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୨୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୭୭୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୩୨୨୬୦୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button