ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ମୋଟ ୮୮୬ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୯୫୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୧୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୭୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬୨ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୮୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ,

 

corona-virus
corona-virus

ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୩ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୫୧ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୭୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୪୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୯୯୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୬୨୬୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button