ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ସୁସ୍ଥ ହେଲେ ମୋଟ ୯୨୬ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୨୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୮୩ ହଜାର ୨୪୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୬୪ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୭୪ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୧୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି ।

Show More

Related Articles

Back to top button