ଓଡ଼ିଶାମୁଖ୍ୟ ଖବର

ଶେଷ ୨୪ଘଣ୍ଟାରେ ରାଜ୍ୟରେ ସୁସ୍ଥ ହେଲେ ୯୫୬ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୫୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୯୦ ହଜାର ୭୯୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।

ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୭୫ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୫୬୫୪ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୫ ଜଣ ପଜିଟିଭ ରହିଛନ୍ତି ।

Show More

Related Articles

Back to top button