Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ମୋଟ ୯୮୬ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୩ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୭୪ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୧୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୩୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ,

ଖୋର୍ଦ୍ଧା ଜିଲ୍ଲାରୁ ୩୭୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୯୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୨୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୩୪୪୬୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button