
ଗତ ୨୪ ଘଣ୍ଟାରେ ୭୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି । ଯାଜପୁର, ମୟୁରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୪୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୯୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୬୬୪୦୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।