Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୮ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟାରେ ୭୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୩୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୮୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button