Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪ ଜଣଙ୍କ ଜୀବନ
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।
ଗତ ୨୪ ଘଣ୍ଟାରେ ୪୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୨୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୯୦ଟି ଆକ୍ଟିଭ୍ କେସ୍ ରହିଥିବା ଏବେ ସୁଦ୍ଧା ରାଜ୍ୟରେ ୧୮୯୫୩୧୬୩ସାମ୍ପୁଲ ଟେଷ୍ଟ୍ ହୋଇଛି ।