
ଗତ ୨୪ ଘଣ୍ଟାରେ ୬୫୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୪୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୧୬୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୮୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୧୮୩୧୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୬୪୫୨୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।