ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ମୋଟ ୧୧୯୩ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୨୩୭୫ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୪୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୯୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୬ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ,

କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩୯ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ୯୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୨୩୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୮୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୪୭୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୮୮୮୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button