ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୮ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୫୭୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲରାୁ ୫ଜଣ ଲେଖାଏଁ ରହିଥିବା ବେଳେ କଟକ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି ।

ବରଗଡ଼, ବଲାଙ୍ଗୀର, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୭୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୩୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୪୯୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯୦୨ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୬୦୨୨୬୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button