Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨ଜଣଙ୍କ ଜୀବନ
ମୃତ୍ୟୁ ସଂଖ୍ୟା ୮୪୫୦କୁ ବୃଦ୍ଧି

ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ବାଲେଶ୍ବ ଓ ଗଞ୍ଜାମ ଜିଲ୍ଳାରୁ ଜଣେ ଲେଖାଁଏ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୫୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୩୯୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୧୧୮୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।