Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୧୫ ଜଣଙ୍କ ଜୀବନ

ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୦୫୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବରଗଡ଼, କଟକ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ , ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୧୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୫୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୭୩୯୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୫୦୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button