Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୧୮ଜୀବନ

ମୃତକଙ୍କ ସଂଖ୍ୟା ୮୯୯୪ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୪ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୫୮୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୭୬୬୦୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button