Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୧୯ଜଣଙ୍କର ଜୀବନ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୫୦ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ , ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, ପୁରୀ, ଢେଙ୍କାନାଳ, କଟକ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୫୭୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୭୭୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୦୯୩୧୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୭୪୫୫୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button