Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ଆଉ ୨ ଜଣଙ୍କ ଜୀବନ

ମୃତ୍ୟୁ ସଂଖ୍ୟା ୮୪୬୦କୁ ବୃଦ୍ଧି

ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 

Corona Virus COVID-19

୨ ଜଣ ମୃତକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୫୯୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୫୨୨୪୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button