ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪୦ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୬୪୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୦୭୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୯୭୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୬୮୪୨୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button