Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୦ ମୁଣ୍ଡ

ମୃତକଙ୍କ ସଂଖ୍ୟା ୮୮୩୮ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୭୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ବାଲେଶ୍ବର, କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୪୫୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୨୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୫୧୪୩୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୨୯୩୮୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button