Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୧ଜୀବନ

ମୃତକଙ୍କ ସଂଖ୍ୟା ୮୭୭୫ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୦୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କଟକ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ , ଗଞ୍ଜାମ , ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, ନୂଆପଡ଼ା, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୯୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୩୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୧୫୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୧୦୦୭୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button