Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୧ଜୀବନ

ମୃତକଙ୍କ ସଂଖ୍ୟା ୮୮୧୮ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୮୦ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ରହିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି କନ୍ଧମାଳ, ବାଲେଶ୍ୱର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୩୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୮୧୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୨୨୫୬୦୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button