Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୨ଜୀବନ

ମୃତକଙ୍କ ସଂଖ୍ୟା ୮୭୯୭ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୧୪ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୧୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୬୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୫୦୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୧୬୬୭୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button