Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୩ ଜୀବନ

ମୃତକଙ୍କ ସଂଖ୍ୟା ୮୭୩୪ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୦୬ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନୟାଗଡ଼ ଓ କୋରାପୁଟ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ, ବଲାଙ୍ଗୀର,ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୬୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୬୭୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୩୪୩୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୯୯୬୫୧୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button