ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ମହାମାରୀ ନେଲା ୩ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟାରେ ୨୬୪ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡି ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୬୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୬୯୩୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button