ଓଡ଼ିଶାମୁଖ୍ୟ ଖବର

ଗତ ୨୪ଘଣ୍ଟାରେ କରୋନା ନେଲା ୫୧ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ, ଢେଙ୍କାନାଳ, ମୟୂରଭଞ୍ଜରୁ ୫ ଲେଖାଏଁ, କଟକ, ଯାଜପୁର, ନୟାଗଡ, ପୁରୀ, ସୁନ୍ଦରଗଡରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୭୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୭୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୪୧୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୯୯ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୧୮୮୬୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button