ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟାରେ ୪୮୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ମୟୁରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୪୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୮୬୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୯୯୪୩୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button