ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୫୮ ଜଣଙ୍କ ଜୀବନ

ଗତ ୨୪ ଘଣ୍ଟା ମଧ୍ୟରେ ୨୩୩୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୫୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ଜଣ ରହିଥିବା ବେଳେ ବରଗଡ଼, ପୁରୀ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଟକ , ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୫୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୪୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୩୪ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୪୪୧୪୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button